ବାଲିଗୁଡାରେ ବଡଦିନ ଉତ୍ସବ ପାଳନ ପ୍ରସ୍ତୁତି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଫ୍ଲାଗ ମାର୍ଚ୍ଚ
ବାଲିଗୁଡା,(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ ବଡଦିନ ଉତ୍ସବ ପାଳନ ନିମନ୍ତେ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଫ୍ଲାଗ ମାର୍ଚ୍ଚ କରାଯାଇଛି। ବାଲିଗୁଡା ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ୍ ଭୋସଲେ, ଆଇଆଇସି ସମ୍ବିତ ସ୍ୱାଇଁ ଙ୍କ ସମେତ ସଦଳବଳ ପୋଲିସ ବାଟାଲିୟନ ସମଗ୍ର ବାଲିଗୁଡା ସହର ଓ ବାରଖମା ପରିଭ୍ରମଣ କରି ଚଳିତ ବର୍ଷ ବଡଦିନ କିପରି ଶାନ୍ତି ଶୃଙ୍ଖଳା ର ସହିତ ପାଳନ ହେବ ସେ ସମ୍ପର୍କରେ ଫ୍ଲାଗ ମାର୍ଚ୍ଚ କରିବାର ଦେଖିବାକୁ ମିଳିଥିଲା। ବଡଦିନ ଯେତିକି ପାଖେଇ ଆସୁଛି ବଜାର, ହାଟ, ଦୋକାନ ସେତିକି ଭିଡ ଦେଖିବାରେ ମିଳୁଛି। ଖ୍ରୀଷ୍ଟିଆନ ଭାଇ ଭଉଣୀ ମାନେ ନିଜ ନିଜ ଘର ସହିତ ଗୀର୍ଜା ଘର ଗୁଡିକ ସାଜସଜା କରି ରଙ୍ଗୀନ କରିବା ସହ ଆଲୋକମାଳାରେ ସୁନ୍ଦର ଦେଖାଯାଉଛି। ଏହି ଉତ୍ସବକୁ ଶାନ୍ତି ପୂର୍ଣ୍ଣ ଭାବରେ ଯେପରି ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଭାଇ ଭଉଣୀ ମାନେ ପାଳନ କରିପାରିବେ ସେଥିପାଇଁ ସ୍ଥାନୀୟ ପୋଲିସ ପ୍ରଶାସନ ସୁରକ୍ଷା ଉପରେ କଡାକଡ଼ି ଦୃଷ୍ଟି ରଖିଥିବା ବିଷୟ ବାଲିଗୁଡା ଏସଡିପିଓ ନିଜ ପ୍ରତିକ୍ରିୟା ରେ ପ୍ରକାଶ କରିଛନ୍ତି।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-12-scaled.jpg)

