*ଶିକ୍ଷାଦାନ ପ୍ରଣାଳୀରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଷଷ୍ଠ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ*

ବରଗଡ଼:୨୦/୧୨(ପବିତ୍ର ମେହେର)::ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ହାଇସ୍କୁଲ ଭୁକ୍ତାରେ ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀ ଓ ସମ୍ମାନିତ ଅତିଥି ଭାବରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ଵାରୀର ପ୍ରଧାନ ଶିକ୍ଷକ ବଶିଷ୍ଠ ସାହୁ ଓ ବିଜ୍ଞାନ ଶିକ୍ଷକ ତଥା ଇକୋ କ୍ଲବ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଶିକ୍ଷାର୍ଥୀମାନଙ୍କୁ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ପ୍ରଦାନ କରିବା ପାଇଁ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ଉଦ୍ଦିଷ୍ଟ ଏହି କାର୍ଯ୍ୟକ୍ରମରେ କ୍ଲଷ୍ଟରର ସି ଆରସିସି କେଦାର ନାଏକ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଶ୍ରେଣୀ ପରିଚାଳନା, ଭାଷା ଓ ସଂଖ୍ୟା ଜ୍ଞାନ, ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ବାର୍ଷିକ ପରୀକ୍ଷା ସମ୍ଵନ୍ଧରେ ବୈଠକରେ ଆଲୋଚନା ହୋଇଥଲା।ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ବିଦ୍ୟାଳୟ ପରିଦର୍ଶନ କରିବା ସହିତ ଶୈକ୍ଷିକ ଓ ଭୌତିକ ପରିବେଶ ସମ୍ପର୍କିତ ତଥ୍ଯ ସଂଗ୍ରହ କରି ବିଶଦ ଭାବରେ ଆଲୋଚନା କରିଥିଲେ। ଏଥିରେ ଉତ୍ସର୍ଗୀକୃତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କ ମଧ୍ୟରେ ରଞ୍ଜନ ଭୁଏ, ମୀନକେତନ ଭୈସା, କ୍ଷୀରୋଦ ଡନସନା,ବୀରେନ୍ଦ୍ର କୁମାର ବେହେରା, ପ୍ରେମଜିତ୍ ସୁନା, ଗୌରାଙ୍ଗ ସେଠ୍, ଶିକ୍ଷୟିତ୍ରୀ ରାଜକୁମାରୀ ଭୁଏ,ସନ୍ତୋଷିନୀ ଗୁଏଲ, ଲତା ସିଦାର, ଅନୀତା ଭୋଇ, ବବଲି ଭେସ୍ରା, ମାନସୀ ସେଠ୍, ସୌଦାମିନୀ ବାରିକ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଶେଷରେ ଶିକ୍ଷୟିତ୍ରୀ ସୌଦାମିନୀ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।ପରିଚାଳନାରେ ଶିକ୍ଷକ ଅମୂଲ୍ୟ ଭୋଇ, ସୁବାସ ଚନ୍ଦ୍ର ଖମାରୀ , ଅଙ୍କିତ ମହନ୍ତଙ୍କ ସମେତ ସ୍ଥାନୀୟ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ।ଶେଷରେ ଶିକ୍ଷୟିତ୍ରୀ ସୌଦାମିନୀ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ।




