ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୨୨.୧୨:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ଯକ୍ଷତାରେ କଣିହାଁ ପବିତ୍ର ମୋହନ ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୧୨୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୯୯ଟି ବ୍ୟକ୍ତିଗତ ଓ ୨୯ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୨୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୪ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୫ହଜାର ଟଙ୍କା ଓ ୫ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୨ ହଜାର ୫୦୦ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଆଇଏ ଏସ୍ ପ୍ରୋବେସନର କସ୍ତୁରୀ ସା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, କଣିହାଁ ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ତ୍ରିବିକ୍ରମ କୁମୁରା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ଶ୍ରୀମତୀ ପ୍ରତିଭା ବାରିକ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି,, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।




