ବିଜେଡିକୁ କେହି କେବେ ଭାଙ୍ଗିପାରିବେନି, ଶହେ ବର୍ଷ ରହିବ ବିଜେଡି । ପ୍ରତିଷ୍ଠା ଦିବସରେ ନବୀନଙ୍କ ଏଭଳି କଡା ମନ୍ତବ୍ୟକୁ କାଉଣ୍ଟର କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ନବୀନଙ୍କୁ ବିତର୍କ ପାଇଁ ଆହ୍ୱାନ ଦେଉଛୁ । ଆଇନଶୃଙ୍ଖଳା କଥା କହୁଛନ୍ତି ଯଦି ଗୃହରେ ମୁଲତବି ପ୍ରସ୍ତାବ ଆଣନ୍ତୁ । ସରକାର ଆଲୋଚନା ପାଇଁ ସବୁବେଳେ ପ୍ରସ୍ତୁତ ଅଛନ୍ତି ।
ବିଜେପି ଜନସେବାରେ ବ୍ୟସ୍ତ ଅଛି, ବିଜେଡିକୁ ଭାଙ୍ଗିବାକୁ ଚେଷ୍ଟା କରିନି । ବିଜେଡି କିନ୍ତୁ ମେଣ୍ଟ ଭାଙ୍ଗିବା ବେଳେ ବିଜେପିକୁ ଭାଙ୍ଗିବାକୁ ଚେଷ୍ଟା କରିଥିଲା ।
କ୍ଷମତା ଯିବା ପରେ ତାଙ୍କର ଅନେକ ନେତା ବିଜେପି ଯୋଗାଯୋଗରେ ଅଛନ୍ତି । ବିଜେଡି ନେତାଙ୍କୁ ରଖି ପାରୁନି ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି । ଏହାସହିତ ସୁରେଶ ବିଜେଡି ଉପରେ ବର୍ଷି କହିଛନ୍ତି କ୍ଷମତା ହେଉଛି ଫେଭିକଲ୍ ଯାହା ଚାଲିଗଲେ ସବୁ ଭାଙ୍ଗିଯାଏ । ନବୀନ ସବୁବେଳେ ନେତାଙ୍କୁ ମାରିଛନ୍ତି, କେବେ କାହାକୁ ତିଆରି କରି ନାହାନ୍ତି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-13-scaled.jpg)

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"327443888049211","type":"ugc"},{"id":"436820509039211","type":"ugc"}]}}](https://www.jagratbharatnews.in/wp-content/uploads/2026/05/Picsart_26-05-27_06-10-24-126.jpg)
