*ଜାତୀୟ ସଡ଼କ ସୁରକ୍ଷା ମାସ ଉପଲକ୍ଷେ ରକ୍ତଦାନ ଶିବିର ଆୟୋଜିତ*

ଅନୁଗୋଳ, ୦୨।୦୧ : “ସଚେତନତାରୁ ସୁରକ୍ଷା, ପ୍ରଯୁକ୍ତିରୁ ପରିବର୍ତ୍ତନ”ର ବାର୍ତ୍ତା ନେଇ ‘ଜାତୀୟ ସଡ଼କ ସୁରକ୍ଷା ମାସ ୨୦୨୬’ ଜାନୁୟାରୀ ୧ ରୁ ୩୧ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି। ଏହି ଅବସରରେ ସ୍ଥାନୀୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଠାରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରାହୁଲ ଜୈନ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଅନୁଗୋଳ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ସମ୍ବିତ କୁମାର ପଟ୍ଟନାୟକଙ୍କ ସମେତ ପୋଲିସ ବିଭାଗର ବିଭିନ୍ନ ଅଧିକାରୀ, ଟ୍ରକ୍ ବସ୍ ମାଲିକ ସଂଘର ସଦସ୍ୟ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ଏହି ରକ୍ତଦାନ ଶିବିରରେ ୯୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।




