ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି
ଅନୁଗୋଳ,ତା.୧୨.୦୧:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୪୦ଟି ଅଭିଯୋଗ ଗ୍ରହଣ କରାଯାଇଥୁଲା । ସେଥୁମଧ୍ୟରୁ ୩୮ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିତ୍ତୀକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୬ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୭ ହଜାର ୫୦୦ ଟଙ୍କା ଓ ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିବାବେଳେ ବଅଁରପାଳ ବ୍ଲକ୍ ଅନ୍ତର୍ଗତ ବଡକେରଜାଙ୍ଗ ଗ୍ରାମର ଶ୍ରୀ ଶରତ ে ହେରାଙ୍କ ପୁଅ ଶ୍ରୀ ଚନ୍ଦନ ବେହେରାଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥୁଲା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



