
ମକରସଂକ୍ରାନ୍ତି ଅବସରରେ ମାଆ ତାରିଣୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା ସହ ପ୍ରସାଦବଣ୍ଟନ

ବଡ଼ବିଲ – ଆଜି ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ବଡ଼ବିଲ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ଶକ୍ତିପୀଠ ଓ ଶୈବାଳୟ ମାନଙ୍କରେ ପୂଜାର୍ଚ୍ଚନା ପାଇଁ ବହୁ ମାତ୍ରାରେ ଭକ୍ତଙ୍କ ସମାଗମ ହୋଇଥିବା ପରିଲକ୍ଷିତ ହୋଇଥିଲା। ଏବଂ ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲ ୱାର୍ଡ଼ ନମ୍ବର୍ ପନ୍ଦର ସ୍ଥିତ କିରିବୁରୁ ଛକ ନିକଟରେ ଥିବା କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ତାରିଣୀଙ୍କ ଏକ ମନ୍ଦିର ପ୍ରାଙ୍ଗଣରେ ଆଜି ପବିତ୍ର ମକର ସଂକ୍ରାନ୍ତି ଅବସରରେ ପୂଜାର୍ଚ୍ଚନା ପାଇଁ ବହୁ ସଂଖ୍ୟାରେ ଲୋକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା ଏବଂ ଏହା ସହ ଏହି ମାଆ ତାରିଣୀଙ୍କ ପୂଜା କମିଟି ପକ୍ଷରୁ ଶତାଧିକ ସଂଖ୍ୟାରେ ଆଗନ୍ତୁକ ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଇଁ ପ୍ରାସାଦ ସେବନ ର ବ୍ୟବସ୍ଥା କରାଯାଇଥିବା ଦେଖିବାକୁ ମିଳିଥିଲା।କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ।




