ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ ୧୭ ଜାନୁଆରୀ ୨୦୨୬ ତାରିଖ ରେ କଟକସ୍ଥିତ କେନ୍ଦ୍ରାଞ୍ଚଳ ଆୟୁକ୍ତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ଆରଡିସି ସ୍ତରୀୟ ପ୍ରାକ୍ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।
ଏଥିରେ କେନ୍ଦ୍ରାଞ୍ଚଳ ରାଜସ୍ବ ରେଞ୍ଜ ଅନ୍ତର୍ଗତ ୧୦ଟି ଜିଲ୍ଲାର ଜିଲ୍ଲାପାଳ,ପୌର କମିଶନର, ଅତିରିକ୍ତ ଜିଲ୍ଲାପାଳ(ADMs),ଉପ-ଜିଲ୍ଲାପାଳ,ଡେ଼ପୁଟି କଲେକ୍ଟର(ଜି ଆଣ୍ଡ ଏମ୍ ବିଭାଗ )ଏବଂ ଜିଲ୍ଲା ପଞ୍ଚାୟତ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ।ରାଜ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ମଧୁସୂଦନ ପାଢ଼ୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ମୁଖ୍ୟତଃ ୨୦୨୭ ରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ଏବଂ ନିର୍ବାଚନ ଜନିତ ଅନ୍ୟ ବିଷୟରେ ଆଲୋଚନା କରାଯାଇଥିଲା।



