
ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ,ତା. ୧୭.୦୧:- ମାନ୍ୟବର ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦିନିକିଆ ଅନୁଗୋଳ ଗସ୍ତରେ ଆସି ଆଜି ଅପରାହ୍ନରେ ସ୍ଥାନୀୟ ସର୍କିଟ ହାଉସ୍ ସମ୍ମିଳନୀ କକ୍ଷ ଠାରେ ବିଭିନ୍ନ ବିଭାଗର ଊନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅତର ମାନ୍ୟବର ମନ୍ତ୍ରୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାଗତ କରିଥିଲେ । ଏହି ସମାକ୍ଷା ବୈଠକରେ ମାନ୍ୟବର ଢେଙ୍କାନାଳ ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି, ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମାନ୍ୟବର ପାଳଲହଡା ବିଧାୟକ ଶ୍ରୀ ଅଶୋକ ମହାନ୍ତି, ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା, ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧ୍ ଶ୍ରୀ ସୁଦୀପ ଗଡନାୟକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର ଯୋଗ ଦେଇଥିଲେ । ଏହି ବୈଠକରେ ମାନ୍ୟବର ମନ୍ତ୍ରୀ ଯୋଗାଣ ବିଭାଗ, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ପୁର୍ବ,ଊଠା ଜଳସେଚନ, କ୍ଷୁଦ୍ର ଜଳସେଚନ, ପ୍ରାଣୀ ସମ୍ପଦ, କୃଷି, ଊଦ୍ୟାନ କୃଷି, ଗ୍ରାମ୍ୟ ଗୃହ ନିର୍ମାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ମହିଳା ଓ ଶିଶୁ ବିକାଶ, ସାମାଜିକ ସୁରକ୍ଷା ବିଭାଗ ଆଦି ସମ୍ପର୍କରେ ସମୀକ୍ଷା କରିଥିଲେ । ବିଭାଗୀୟ ଅଧୋକାରୀମାନଙ୍କୁ ଧନ୍ୟବାଦ ଦେଇ ଜିଲ୍ଲାର ସମସ୍ୟାର ସମାଧାନ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ ବୋଲି ମନ୍ତ୍ରୀ ପ୍ରତିଶୃତି ଦେଇଥିଲେ । ଏହାବ୍ୟତୀତ ସରକାରୀ ଜମିକୁ ଜବର ଦଖଲ ମୁକ୍ତ କରିବା ଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେବା ସହ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧୂକାରୀ ଶ୍ରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ଶ୍ରୀ ସମୀର କୁମାର ଜେନା, ଅନୁଗୋଳ ଊପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ପାଳଲହଡା ଉପଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପଟେଲଙ୍କ ସମେତ ସମସ୍ତ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଗଣମାଧ୍ୟମର ପ୍ରତିନିଧୂ ପ୍ରମୁଖ ଉପସ୍ଥିତ ଥିଲେ ।




