ଅଦାଲତ ଅବମାନନା ମାମଲାରୁ ମୁକୁଳିଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ଉଷା ପାଢ଼ୀ । ତାଙ୍କ ସହିତ ନଗର ଉନ୍ନୟନ ବିଭାଗର ନିର୍ଦେଶକ ଏବଂ କଟକ ଜିଲ୍ଲାପାଳ ମଧ୍ୟ ଆଶ୍ୱସ୍ତି ପାଇଛନ୍ତି । ଏହି ୩ ବରିଷ୍ଠ ଅଧିକାରୀ କୋର୍ଟଙ୍କ ଆଦେଶ ପାଳନ କରିଥିବା ନେଇ କମ୍ପଲାଇନ୍ସ ରିପୋର୍ଟ ଦାଖଲ କରିବା ସହ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିବା ପରେ ଅଦାଲତ ଅବମାନନା ମାମଲାକୁ ରଦ୍ଦ କରିଛନ୍ତି ହାଇକୋର୍ଟ ।
ଆଠଗଡ଼ ବାସିନ୍ଦା ପିଲୋନା ମହାନ୍ତି ନଗର ଉନ୍ନୟନ ବିଭାଗରେ ୩୩ ବର୍ଷ ଧରି ଅସ୍ଥାୟୀ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ । ଚାକିରି ନିୟମିତ କରାଇବା ଲାଗି ସେ ଦାୟର କରିଥିବା ମାମଲାର ଶୁଣାଣି କରି ୨୦୨୪ ମସିହାରେ ହାଇକୋର୍ଟ ତାଙ୍କ ସପକ୍ଷରେ ରାୟ ଦେଇଥିଲେ । ଯାହାକୁ ଡିଭିଜନ ବେଞ୍ଚରେ ଚ୍ୟାଲେଞ୍ଜ କରିଥିଲେ ପ୍ରତିପକ୍ଷ । କିନ୍ତୁ ଗତ ବର୍ଷ ଜୁଲାଇ ୧୦ରେ ଡିଭିଜନ ବେଞ୍ଚ୍ ପିଲୋନାଙ୍କ ସପକ୍ଷରେ ରାୟ ଶୁଣାଇଲେ । କୋର୍ଟଙ୍କ ରାୟ ୮ ସପ୍ତାହ ଭିତରେ କାର୍ଯ୍ୟକାରୀ କରିବାକୁ ନିର୍ଦେଶ ହୋଇଥିଲା । ହେଲେ ତାହା କାର୍ଯ୍ୟକାରୀ ହେଲାନାହିଁ । ଯାହାକୁ ଚ୍ୟାଲେଞ୍ଜ କରି ଆବେଦନକାରୀ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ଦାୟର କରିଥିଲେ ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-16-scaled.jpg)
