ମାନ୍ୟବର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଏବଂ ହସପିଟାଲ ସମ୍ପର୍କିତ ସମୀକ୍ଷା ବୈଠକ ।

ଅନୁଗୋଳ :- ତା.୦୨.୦୨: – ଆଜି ଅପରାହ୍ନରେ ମାନ୍ୟବର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ,ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ସର୍କିଟ ହାଉସ ସମ୍ମିଳନୀ କକ୍ଷ ଠାରେ ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଏବଂ ହସପିଟାଲ ସମ୍ପର୍କିତ ଏକ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ୍ ଅଖତର ମାନ୍ୟବର ମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ । ଏହାପରେ ମାନ୍ୟବର ମନ୍ତ୍ରୀ ପବିତ୍ର ମୋହନ ମେଡିକାଲ କଲେଜ, ତାଳଚେର ସମ୍ବନ୍ଧୀୟ ବିଭିନ୍ନ ସମସ୍ୟାର ଫୁଖାନ୍ତୁଫୁଖ ଭାବେ ଆଲୋଚନା କରିବା ସହିତ ସେଗୁଡିକର ତୁରନ୍ତ ସମାଧାନ ପାଇଁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ମେଡିକାଲ ଶିକ୍ଷା, ରୋଗୀ ସେବା, ଚିକିତ୍ସା ସୁବିଧା, ପ୍ରଶାସନିକ ବ୍ୟବସ୍ଥା, ନୂ ତନ ଅଡିଟୋରିୟମ, ପି ଜି ହଷ୍ଟେଲ ନିର୍ମାଣ, ରୋଗୀଙ୍କ ଡାଏଲସିସି ଇତ୍ୟାଦି ବିଷୟ ଉପରେ ଆଲୋଚନା କରିବା ସହିତ ରୋଗୀମାନଙ୍କୁ ସମୟୋପଯୋଗୀ ଏବଂ ଗୁଣାତ୍ମକ ଚିକିତ୍ସା ଦେବା ଉପରେ ମାନ୍ୟବର ମନ୍ତ୍ରୀ ଗୁରୁତ୍ବ ଦେଇଥିଲେ । ଏହା ସହିତ ଯଥା ଶିଘ୍ର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇ.ସି.ୟୁକୁ କାର୍ଯ୍ୟକ୍ଷମ କରିବା ପାଇଁ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମାନ୍ୟବର ଅନୁଗୋଳ ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା, ମାନ୍ୟବର ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧୂ ଶ୍ରୀ ଯଯାତି ପଟ୍ଟନାୟକ, ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ଶ୍ରୀ ସୁଦିପ ଗଡନାୟକ,ମାନ୍ୟବର ପାଲଲହଡା ବିଧାୟକଙ୍କ ପ୍ରତିନିଧୂ ଶ୍ରୀ ରମ୍ଭାକର ସାହୁ, ତାଳଚେର ପୌରପାଳିକାର ଅଧ୍ୟକ୍ଷ ଶ୍ରୀ ପବିତ୍ର ମୋହନ ଭୁତିଆ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ତାଳଚେର ଉପଜିଲ୍ଲାପାଳ ଶ୍ରୀ ସମାର କୁମାର ଜେନା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ, କର୍ମଚାରୀ ଓ ଗଣ ମାଧ୍ୟମର ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।



