Spread the love

ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଅନୁଗୋଳ,ତା.୦୨.୦୨:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୫୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ଓ ୧୬ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୭ ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୫ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୨ ହଜାର ୫୦୦ ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧୀକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ପାଳଲହଡା ଊପଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପଟେଲ, ପାଲଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର, ପାଳଲହଡା ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ନିଶାନ ମିଶ୍ର, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲିପ କୁମାର ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।

Leave a Reply

Your email address will not be published. Required fields are marked *

You missed