ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କଲେ ରାଷ୍ଟ୍ରପତି । ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମଧ୍ୟ ଅଛନ୍ତି।
ଗୋପାଳବଲ୍ଲଭ ଭୋଗ ଶେଷ ହେବା ପର୍ଯ୍ୟନ୍ତ ଅର୍ଥାତ୍ ସକାଳ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରୁ ଆସିବା ପରେ ଲୋକଭବନରେ ଜଳପାନ ବ୍ୟବସ୍ଥା କରାଯାଇଛି ।
ସକାଳ ୯ଟା ୧୫ରେ ସେ ଲୋକ ଭବନ ଛାଡ଼ି ତାଳବଣିଆ ହେଲିପ୍ୟାଡ୍ ପହଞ୍ଚିବେ ରାଷ୍ଟ୍ରପତି ।ସେଠାରୁ ହେଲିକପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଯିବେ ।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନେଇ ପୁରୀରେ କଡ଼ାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା । ପୁରୀ ପରେ ଶ୍ରୀମନ୍ଦିରରେ ଦର୍ଶନ ସାରି ତିନି ଦିନିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବ୍ଲୁ-ବୁକ୍ ସିକ୍ୟୁରିଟି ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି, ମଙ୍ଗଳବାର ଏହାର ସମୀକ୍ଷା କରିଛନ୍ତି ଏଡିଜି ଦୟାଲ ଗାଙ୍ଗୱାର ଓ ମୟୂରଭଞ୍ଜ ଏସପି ବରୁଣ ଗୁଣ୍ଟୁପାଲି ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-9-scaled.jpg)
