ସାମଗ୍ରିକ ବିକାଶ, ନବସୃଜନ ଏବଂ ସାମାଜିକ ପରିବର୍ତ୍ତନ ପାଇଁ ବିଶ୍ୱବିଦ୍ୟାଳୟଗୁଡ଼ିକର ସ୍ୱତନ୍ତ୍ର ଦାୟିତ୍ୱ ରହିଛି ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି। ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି ବ୍ୟାସକବି ଫକୀର ମୋହନ ସେନାପତିଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ମାତୃଭାଷାରେ ଶିକ୍ଷାଦାନ ଉପରେ ଗୁରୁତ୍ୱାରୋପ କରିଛନ୍ତି।
ରାଷ୍ଟ୍ରପତି କହିଛନ୍ତି, ସମର୍ପଣ ହେଉଛି ସଫଳତାର ଚାବିକାଠି।
ଅବହେଳିତଙ୍କୁ ସାହାଯ୍ୟ କରିବାକୁ ରାଷ୍ଟ୍ରପତି ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ ଦେଇଛନ୍ତି।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-9-scaled.jpg)