ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଅନୁଗୋଳ,ତା.୧୬.୦୨:-ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ବଅଁରପାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୨୯ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୨୪ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୩ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଅନୁଗୋଳ ଊପଜିଲ୍ଲାପାଳ ଶ୍ରୀ ମାୟାଧର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ଜିଲ୍ଲା ପରିଷଦର ଅତିରିକ୍ତ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧ୍ବକାରୀ ଶ୍ରୀ ଗୌରବମୟ ପ୍ରଧାନ, ବଅଁରପାଳ ଗୋଷ୍ଠୀ ଊନ୍ନୟନ ଅଧୂକାରୀ ଶ୍ରୀ ଲୋଚନ ଦାସ, ବଅଁରପାଳ ତହସିଲଦାର ଶ୍ରୀ ସୁଶାନ୍ତ କୁମାର ମିଶ୍ର, ଆସିଷ୍ଟାନ୍ଟ କଲେକ୍ଟର ଶ୍ରୀ ସଞୟ କୁମାର ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଊପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଜିଲ୍ଲା ଶିଳ୍ପ କେନ୍ଦ୍ର ମହାପ୍ରବନ୍ଧକ ଶ୍ରୀ ହିମାଂଶୁ ଶେଖର ସାହୁ, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



