ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଅନୁଗୋଳ,ତା.୦୨.୦୩:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅତରଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୪୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୩୦ଟି ବ୍ୟକ୍ତିଗତ ଓ ୧୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଆଇଏ ଏସ୍ ପ୍ରୋବେସନର କସ୍ତୁରୀ ସା, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧୁକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ମଦନ ମୋହନ ପ୍ରଧାନ, ତାଳଚେର ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ବରାଳ, ତାଳଚେର ତହସିଲଦାର ଆଲଫା ଜେନା, ଜିଲ୍ଲା ଶିକ୍ଷା ଅଧୂକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଶ୍ରୀନିବାସ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧୂକାରିଣୀ ନିରୁପମା ପାଣି, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ଊମା ଶଙ୍କର ମିଶ୍ର, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମାଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



