ଆଖି ବୁଜିଲେ ଆଉ ୭ ଆକ୍ରାନ୍ତ
ଜେ. ବି. ଏନ୍ (୦୭/୧୨/୨୦୨୦)
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତ ,ମୃତକଙ୍କ ସଂଖ୍ୟା ହ୍ରାସ ପାଇଛି। ଗତକାଲି ୬ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ନେଇ ଜଣାପଡ଼ିଥିବା ବେଳ ୨୪ ଘଣ୍ଟାରେ ୭ ଆକ୍ରାନ୍ତ ଚିକିସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି। ମୋଟ ମୃତ୍ୟୁ ସଂଖ୍ୟା ୧୭୭୮ ଛୁଇଁଛି। ୩,୮୯୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ମୃତକଙ୍କ ମଧ୍ୟରେ କଟକରୁ ୩, ପୁରୀ, ସୁନ୍ଦରଗଡ, ବାଲେଶ୍ୱର ଓ ଜଗତସିଂହପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/05/Picsart_25-11-05_07-59-52-526-1.jpg)


