
ଓଡ଼ିଶା : ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ
ଜେ ବି ଏନ, ୮/୧୨/୨୦୨୦, ଭୁବନେଶ୍ବର : ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି । କରୋନା ମହାମାରୀ ପ୍ରକୋପ ପ୍ରଶମିତ ହୋଇନଥିବା ଓ ସାଧାରଣ ପରିବହନ ବ୍ୟବସ୍ଥା ସ୍ଵାଭାବିକ ଅବସ୍ଥାକୁ ଫେରିନଥିବା ବେଳେ ଭାରତ ବନ୍ଦ ଡାକରା ଯୋଗୁଁ ଗମନାଗମନ ଓ ପରିବହନ ବ୍ୟବସ୍ଥା ପ୍ରଭାବିତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଜି ଅର୍ଥାତ ୮ ଡିସେମ୍ବର , ୨୦୨୦ ଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର।



