
ପଜିଟିଭ ସଂଖ୍ୟା ୧୧୨୦୯ ରେ ପହଞ୍ଚିଲା – ସୁସ୍ଥ ହେଲେ ୩୫ ଜଣ ଆକ୍ରାନ୍ତ ।

(ଜେ ବି ଏନ/ସୁଶିଲ କୁମାର) ୦୯/୧୨/୨୦୨୦ ଅନୁଗୋଳ : ଜିଲ୍ଲାରେ ୩୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନକ ମଧ୍ୟରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୭ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ସର୍ବାଧିକ ୧୨ଜଣ ( ୮ଜଣ ପୁରୁଷ ଓ ୪ଜଣ ମହିଳା ) , କଣିହାଁ ବ୍ଳକ ଅଞ୍ଚଳରୁ ୧୦ଜଣ ( ୭ ଜଣ ପୁରୁଷ ଓ ୩ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୭ଜଣ ( ୬ଜଣ ପୁରୁଷ ଓ ୧ଜଣ ମହିଳା ) , କିଶୋରନଗର ବ୍ଲକ ଅଞ୍ଚଳରୁ ୨ଜଣ ( ୨ ଜଣ ମହିଳା ) , ପାଳଲହଡା ବ୍ଳକ ଅଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) ଓ ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି ତାଳଚେର ବ୍ଳକ , ତାଳଚେର ପୌରାଞ୍ଚଳ , ଅନୁଗୋଳ ବ୍ଳକ , ଆଠମଲ୍ଲିକ ବ୍ଲକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ୩୫ଜଣ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ଜଣ କୋଭିଡ ହସ୍ପିଟାଲରୁ ଓ ୩୨ଜଣ ହୋମ ଆଇସୋଲେସନ ରୁ ସୁସ୍ଥ ହୋଇଛନ୍ତି ।



