ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିରରେ ଆଜି ଚୈତ୍ର ମାସର କାମଦା ଏକାଦଶୀ ନୀତି ପାଳନ କରାଯାଇଛି। ପ୍ରାତଃ ସମୟ ରୁ ମଙ୍ଗଳ ଆଳତି ମହାସ୍ନାନ,ବସ୍ତ୍ର, ତୁଳସୀ ହାର ଓ ଫୁଲହାର,ବଲ୍ଲଭ ଭୋଗ ଲାଗି କରାଯାଇଥିଲା, ସକାଳ ଦଶଟା ସମୟରେ ଖେଚୁଡ଼ି ଭୋଗ , ମଧ୍ୟାହ୍ନ ରେ ଅର୍ଣ୍ଣ ଧୁପ ,ସନ୍ଧ୍ୟା ବେଳେ ଆଳତୀ ରାତ୍ର ଧୂପ ପରେ ଏକାଦଶୀ ବେଢା ମହାଦୀପ ମନ୍ଦିର ଉପରକୁ ଉଠିବ ଓ ମନ୍ଦିର ପହଡ଼ ପଡିବ। ପୂଜକ ମଳୟ କର ,ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର, ବ୍ରଜ ମୋହନ ମହାପାତ୍ର, କାହାଳିଆ ଟିକନ ବେହେରା , ଓ ମନ୍ଦିର ର ଜିମାଦାର ଶ୍ୟାମସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତ ରେ ଏହି ଆଜି ଚୈତ୍ର ମାସର କାମଦା ଏକାଦଶୀ ନୀତି ପାଳିତ ହୋଇଥଲା।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-19.jpg)


