କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା ତହସିଲଦାର ବିଭୁ ପ୍ରସାଦ ସିଂଙ୍କୁ ଫୋନ କଲ୍ ମାଧ୍ୟମରେ ହତ୍ୟା ଧମକ ଦେଇଥିଲେ।ଘଟଣାକୁ ନେଇ ତହସିଲଦାର ଲିଖିତ ଅଭିଯୋଗ କରିଥିଲେ। ଘଟଣାକୁ ନେଇ ପୋଲିସର ତଦନ୍ତ ଆରମ୍ଭ ହୋଇଛି।
ତେବେ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ କେସିଙ୍ଗା ପୋଲିସ ଚଢ଼ାଉ କରିଛି । ଚଢ଼ାଉକୁ ନେଇ ରାଜ୍ୟ ରାଜନୀତି ସରଗରମ । ତହସିଲଦାରଙ୍କୁ ଧମକ ଦେବା ଅଭିଯୋଗରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ବେଳେ ବିଜେଡି ଏହାକୁ ତୀବ୍ର ବିରୋଧ କରିଛି।



