ଭୁବନେଶ୍ୱର: ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି । ସାମାଜିକ ଗଣମାଧ୍ୟମ ଏକ୍ସରେ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ଏହି ଐତିହାସିକ ଦିବସ ଅବସରରେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଓଡିଆ ଭାଇ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ବୋଲି କହିଛନ୍ତି । ଭାଷା ଭିତ୍ତିରେ ଗଠିତ ପ୍ରଥମ ଦେଶ ଭାବେ ଓଡିଶା ବିଶ୍ୱ ଦରବାରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲା ।
ଏହି ଅବସରରେ ମୁଁ ସେହି ମହାନ ବରପୁତ୍ରମାନଙ୍କୁ ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି, ଯେଉଁମାନେ ତ୍ୟାଗ ଓ ଦୂରଦୃଷ୍ଟି ଯୋଗୁଁ ଏକ ସ୍ୱତନ୍ତ୍ର ଓଡିଶା ସମ୍ଭବ ହୋଇଥିଲା । ଆମ ସରକାର ଓଡିଆ ଅସ୍ମିତା ଓ ସଂସ୍କୃତିର ସୁରକ୍ଷା ପାଇଁ ସଦାସର୍ବଦା ପ୍ରତିଶ୍ରୁତିବଦ୍ଧ । ପ୍ରତିଟି ଓଡିଆର ସ୍ୱପ୍ନ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ଆମେ ନିରନ୍ତର କାର୍ଯ୍ୟ କରିଚାଲିଛୁ । ଓଡିଶାକୁ ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ଗଢି ତୋଳିବା ଆମର ଏକ ଲକ୍ଷ୍ୟ । ଆଜିର ଏହି ପବିତ୍ର ଦିଗରେ ଆସନ୍ତୁ ଆମେ ସମସ୍ତେ ମିଶି ଏକ ସମୃଦ୍ଧ ଓଡିଶା ଗଠନ ପାଇଁ ଦୃଢ ଶପଥ ନେବା ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-8.jpg)
