ଭଦ୍ରକ ଜିଲ୍ଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରୀପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଫଳରେ ୨ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ୨ ଜଣ ବାଇକରେ ଭଦ୍ରକରୁ ଘରକୁ ଫେରୁଥିବା ବେଳେ ଏକ ଟ୍ରାକ୍ଟର ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ସମସ୍ତଙ୍କୁ ଧାମନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା ।
ପରେ ଭଦ୍ରକ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ତେବେ ଡାକ୍ତର ସେଠାରେ ସେକ ଅର୍ମାନ ଓ ସେକ ଆଜମେରଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟ ଜଣେ ଗୁରୁତର ଥିବା ସେକ ସାବିରଙ୍କୁ ସଙ୍କଟାପନ୍ନ ଅବସ୍ଥାରେ କଟକ ଓ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଟ୍ରାକ୍ଟର ଡ୍ରାଇଭର ଫେରାର ଅଛନ୍ତି ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://www.jagratbharatnews.in/wp-content/uploads/2026/04/Picsart_25-11-05_07-59-52-526-6.jpg)
