
ପଜିଟିଭ ସଂଖ୍ୟା ୧୧୨୩୫ରେ ପହଞ୍ଚିଲା
ସୁସ୍ଥ ହେଲେ ୩୪ ଜଣ ଆକ୍ରାନ୍ତ ।
ଜେ. ବି. ଏନ୍ (୧୦/୧୨ /୨୦୨୦) ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୨୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୧୯୭ ରେ ରହିଛି ।

ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ପୌରାଞ୍ଚଳରୁ ୭ଜଣ ( ୬ଜଣ ପୁରୁଷ ଓ ୧ଜଣ ମହିଳା ) , କଣିହାଁ ବ୍ଳକ୍ ଅଞ୍ଚଳରୁ ୬ଜଣ ( ୪ଜଣ ପୁରୁଷ ଓ୨ ଜଣ ମହିଳା ) , ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୫ଜଣ ( ୪ ଜଣ ପୁରୁଷ ଓ ୧ଜଣ ମହିଳା ) , ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୩ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ପାଳଲହଡା ବ୍ଳକ୍ ଅଞ୍ଚଳରୁ ୩ଜଣ ( ୨ଜଣ ପୁରୁଷ ଓ ୧ଜଣ ମହିଳା ) , ତାଳଚେର ବ୍ଲକ୍ ଅଞ୍ଚଳରୁ ୧ଜଣ ( ୧ଜଣ ମହିଳା ) ଓ ଅନୁଗୋଳ ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ମହିଳା ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତ ଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି ତାଳଚେର ପୌରାଞ୍ଚଳ , କିଶୋରନଗର ବ୍ଳକ , ଆଠମଲ୍ଲିକ ବ୍ଲକ୍ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୩୪ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।




