ମହାବିଷୁବ ସଂକ୍ରାନ୍ତି ଅବସରରେ ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ବାଲିଗୁଡା, ତା, ୧୪/୦୪: (ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ମନ୍ଦିର ପରିସରରେ ମହାବିଷୁବ ସଂକ୍ରାନ୍ତି ଉତ୍ସବ ମହାସମାରୋହ ରେ ପାଳିତ ହୋଇଯାଇଛି | ଏହି ଅବସରରେ ମା’ପାଟଖଣ୍ଡା ସେବତୀ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି l ସମଗ୍ର କନ୍ଧମାଳ ଜିଲ୍ଲା ବ୍ୟତୀତ ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତ ମାନେ ଆସି ମା ‘ଙ୍କ ଦର୍ଶନ କରିଥିଲେ | ପ୍ରତ୍ୟୁଷରୁ ମା’ ଙ୍କର ରୀତିନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ପରେ ପରେ ମା’ଙ୍କ ଏହି ସେବତୀ ଦୁର୍ଲଭ ବେଶ କୁ ଦେଖିବା ପାଇଁ ପ୍ରତ୍ୟୁଷ ରୁ ରାତ୍ର ପର୍ଯ୍ୟନ୍ତ ଭକ୍ତ ଙ୍କ ଭିଡ଼ ଲାଗି ରହିଥିଲା | ସମସ୍ତେ ଶୃଙ୍ଖଳିତ ଦର୍ଶନ କରି ତାଙ୍କର ଆଶୀର୍ବାଦ ଲାଭ କରିଥିଲେ | ଏ ନେଇ ମନ୍ଦିର ପରିଚାଳନା କମିଟି ତଥା କିଛି ଭକ୍ତ ଙ୍କ ତରଫରୁ ପ୍ରସାଦ ସହ ପଣା ବଣ୍ଟନ କରାଯାଇଥିଲା l କମିଟି ର ସମସ୍ତ ସଦସ୍ୟ, ପୂଜକ ମାନେ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-scaled.jpg)


