ଭୁବନେଶ୍ୱର, ୧୫/୦୪ : ଢେଙ୍କାନାଳ ଜିଲ୍ଲା ପାଟଲା ଗାଁରେ ଦଣ୍ଡନାଚ ପ୍ରସ୍ତୁତି ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୩ ଜଣ ପାଟୁଆଙ୍କ ପ୍ରାଣହାନୀ ଘଟିଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ଏହି ହୃଦୟବିଦାରକ ଘଟଣା ସ୍ଥାନୀୟ ଅଞ୍ଚଳବାସୀଙ୍କୁ ସ୍ତବ୍ଧ କରିଦେଇଥିଲା। ଦଣ୍ଡନାଚ ପାଇଁ ଖୁସିର ମାହୋଲ ଫିକା ପଡ଼ିଯାଇଥିଲା। ନ୍ୟାୟ ଦାବିରେ ପ୍ରତିବାଦ କରି ହିନ୍ଦୋଳରେ ରାସ୍ତାରୋକ କରିଥିଲେ ସ୍ଥାନୀୟ ବାସିନ୍ଦା।
ରାସ୍ତାରୋକ ଯୋଗୁଁ ଗାଡ଼ି ମୋଟର ଚଳାଚଳ ବନ୍ଦ ରହିଥିଲା। ସାତମାଇଲ ଠାରେ ଉତ୍ତ୍ୟକ୍ତ ଲୋକ ରାସ୍ତାରୋକ କରିଥିଲେ। ଚାରିଟା ଦାବି ନେଇ ସେମାନେ ଆନ୍ଦୋଳନ କରିଥିଲେ। ବିଦ୍ୟୁତ ବିଭାଗର ଅବହେଳା ପାଇଁ ୩ଟି ମୂଲ୍ୟବାନ ଜୀବନ ଅକାଳରେ ଚାଲିଯାଇଥିବା ଲୋକେ ଅଭିଯୋଗ କରିଥିଲେ। ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଥିଲେ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-scaled.jpg)

