ଗଞ୍ଜାମ – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ ଅବସରରେ ଗଞ୍ଜାମ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ପର୍ଯ୍ୟଟନ ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ସମେତ ଅନ୍ୟାନ୍ୟ ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସହିତ ଆଗାମୀ ଦିନର କାର୍ଯ୍ୟଯୋଜନା ବିଷୟରେ ସମୀକ୍ଷା କରାଯାଇଥିଲା।



