ଜିଲ୍ଲା କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ।

ଅନୁଗୋଳ, ଳ,ତା.୦୪.୦୫:- ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୋଳ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ । ଏହି କାର୍ଯ୍ୟକ୍ରମରେ ୩୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ୩୪ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଯାଇଛି । ସେଥିମଧ୍ୟରୁ ୩୪ ୩୪ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୩ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୨ ହଜାର ୫୦୦ ଟଙ୍କା ଓ ୫ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥୁଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



