
➡️ତାଳଚେର ସାର କାରଖାନା ଦ୍ଵାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ
➡️କାରଖାନା ପାଇଁ ଥିବା ଚ୍ୟାଲେଞ୍ଜ ଓ ପ୍ରକଳ୍ପକୁ ଶୀଘ୍ର କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ଵାରୋପ
➡️ତାଳଚେର ସାର କାରଖାନା ହେବ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ କାରଖାନା: ଶ୍ରୀ ପ୍ରଧାନ
ଜେ ବି ଏନ, ୧୨/୧୨/୨୦୨୦, ନୂଆଦିଲ୍ଲୀ : ତାଳଚେର ସାର କାରଖାନା ହେବ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ କାରଖାନା। ଶୁକ୍ରବାର ତାଳଚେର ସାର କାରଖାନା(ଟିଏଫ୍ଏଲ୍) ଦ୍ୱାରା କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଓ ୟୁରିଆ ଉତ୍ପାଦନ ପ୍ରକଳ୍ପର ସମୀକ୍ଷା ପରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ବୈଠକ ପରେ ଶ୍ରୀ ପ୍ରଧାନ କହିଛନ୍ତି-“ତାଳଚେର ସାର କାରଖାନା କାର୍ଯ୍ୟକ୍ଷମ ହେଲେ ଏହା ପେଟକୋକ୍ ବ୍ଲେଣ୍ଡିଂ ସହ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ସାର କାରଖାନା ହେବ l




