ମେଧାବୀ ଛାତ୍ରୀ ସିମରନ୍ ମହାନ୍ତିଙ୍କୁ ସମ୍ବର୍ଦ୍ଧନା
ତାଳଚେର, ୦୯/୦୫ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କଳମଛୁଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ମେଧାବୀ ଛାତ୍ରୀ ସିମରନ୍ ମହାନ୍ତି ଏ-୧ ଗ୍ରେଡ଼୍ରେ ୫୪୩ ନମ୍ବର ରଖି ବିଦ୍ୟାଳୟ ପାଇଁ ଗୌରବ ଆଣି ଦେଇଛନ୍ତି । ଏହି ଅବସରରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନଆଚାର୍ଯ୍ୟ ଅନୀଲ କୁମାର ଦେହୁରୀଙ୍କ ଆବାହକତ୍ୱରେ ଏକ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଶିକ୍ଷାବିତ୍ ଦୁର୍ଯ୍ୟୋଧନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବରେ ବିଦ୍ୟାଳୟର ସଂପାଦକ ବିଭୂତି ଭୂଷଣ ସ୍ୱାଇଁ ଓ କୋଷାଧ୍ୟକ୍ଷ ପଂଚାନନ ବେହେରା ପ୍ରମୁଖ ଉପସ୍ଥିତ ରହି ସୁଶ୍ରୀ ସିମରନ୍ ମହାନ୍ତିଙ୍କୁ ପୁଷ୍ପଗୁଚ୍ଛ ଓ ନାରିକେଳ ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ସମସ୍ତ ଗୁରୁଜୀ,ଗୁରୁମା ତାଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ । ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ବିଦ୍ୟାଳୟର ୬୦ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଏ-୧ରେ ୦୧ଜଣ, ଏ-୨ରେ ୦୫ ଜଣ, ବି-୧ରେ ୧୬ ଜଣ, ବି-୨ରେ ୨୪ ଜଣ, ସି ଗ୍ରେଡ଼ରେ ୧୦ଜଣ ସହ ଶତ ପ୍ରତିଶତ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଛନ୍ତି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-9-scaled.jpg)


