
ପଜିଟିଭ ସଂଖ୍ୟା ୧୧୨୯୫ ରେ ପହଞ୍ଚିଲା
- ସୁସ୍ଥ ହେଲେ ୨୯ ଜଣ ଆକ୍ରାନ୍ତ
(ଜେ ବି ଏନ /ସୁଶିଲ କୁମାର)୧୨/୧୨/୨୦୨୦ ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥୁବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାକ ସଂଖ୍ୟା ୧୯୭ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ କଣିହାଁ ବ୍ଳକ ଅଞ୍ଚଳରୁ ସର୍ବାଧିକ ୯ ଜଣ ( ୬ ଜଣ ପୁରୁଷ ଓ ୩ଜଣ ମହିଳା ) , ଛେଣ୍ଡିପଦା ବ୍ଳକ ଅଞ୍ଚଳରୁ ୮ଜଣ ( ୬ ଜଣ ପୁରୁଷ ଓ ୨ଜଣ ମହିଳା ) , ବଅଁରପାଳ ବ୍ଳକ ଅଞ୍ଚଳରୁ ୬ ଜଣ ( ୫ ଜଣ ପୁରୁଷ ଓ୧ ଜଣ ମହିଳା ) , ଅନୁଗୋଳ ପୌରାଞ୍ଚଳରୁ ୩ଜଣ ( ୨ଜଣ ପୁରୁଷ ଓ୧ ଜଣ ମହିଳା ) , ପାଳଲହଡା ବ୍ଳକ ଅଞ୍ଚଳରୁ ୩ଜଣ ( ୩ ଜଣ ପୁରୁଷ ) , ତାଳଚେର ବ୍ଲକ ଅଞ୍ଚଳରୁ ୩ଜଣ ( ୨ ଜଣ ପୁରୁଷ ଓ୧ ଜଣ ମହିଳା ) ଓ ଅନୁଗୋଳ ବ୍ଳକ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାର ଜଣାପଡିଛି । ଆଜି କିଶୋରନଗର ବ୍ଲକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଆଠମଲ୍ଲିକ ବ୍ଲକ ଅଞ୍ଚଳ ପରିଷଦ ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ କୋଭିଡ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଅନୁଗୋଳ ଜିଲ୍ଲାରୁ ୨୯ଜଣ ସୁଗ୍ଧ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ଜଣ କୋଭିଡ ହସ୍ପିଟାଲରୁ ଓ ୨୬ଜଣ ହୋମ ଆଇସୋଲେସନ ରୁ ସୁସ୍ଥ ହୋଇଛନ୍ତି ।




