ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଅନୁଗୋଳ,ତା.୧୮.୦୫:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ଊପ-ଜିଲ୍ଲାପାଳଙ୍କ ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୭୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ।

ସେଥିମଧ୍ୟରୁ ୫୬ଟି ବ୍ୟକ୍ତିଗତ ଓ ୧୪ଟି ଗ୍ରାମ୍ୟଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୧୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ୨ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରାଯାଇଥିଲା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧୂକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବଦତ୍ତ ମହନ୍ତ, ପାଳଲହଡା ଉପଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପଟେଲ, ଅତିରିକ୍ତ ଜନ ସ୍ବାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଡା. ପୂର୍ଣ୍ଣିମା ଊଦଗାତା, ପାଲଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର, ପାଳଲହଡା ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ନିଶାନ ମିଶ୍ର, ଜିଲ୍ଲା ଶିକ୍ଷା ଅଧୂକାରୀ ଶ୍ରୀ ନିରଞନ ସାହୁ, ଜିଲ୍ଲା ମଙ୍ଗଳ ଅଧୂକାରୀ ଶ୍ରୀ ଦିଲ୍ଲୀପ କୁମାର ମିଶ୍ର, ଜିଲ୍ଲା ଯୋଗାଣ ଅଧୋକାରୀ ଶ୍ରୀ ଶ୍ରୀନିବାସ ସାହୁ, ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ସଞୟ କୁମାର ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ପ୍ରିୟଙ୍କା ପାଲ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ଶ୍ରୀ ବିନୋଦ କୁମାର ଦଲାଇ, ଉପ- ନିର୍ଦ୍ଦେଶକ ଊଦ୍ୟାନ ଶ୍ରୀ ଅମ୍ବର ଲୁଗୁନ୍, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧୋକାରୀ ଡ. ସତ୍ୟ ନାରାୟଣ ସାହୁଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥୁବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-2-scaled.jpg)
