Spread the love

ଗ୍ରୀଷ୍ମ ପ୍ରବାହ ସମୟରେ ପୂର୍ବାହ୍ଣରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ଶ୍ରମିକଙ୍କ ନିୟୋଜନ ଉପରେ କଟକଣା ରହିଛି। ଚଳିତ ବର୍ଷ ମଧ୍ୟ ଶ୍ରମ ବିଭାଗ ଏବଂ ଏସ୍ଆର୍‌ସି ନିର୍ଦେଶ ଜାରି କରି ପୂର୍ବାହ୍ଣ ୧୧ରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଖରାରେ କାମ କରାଇବାକୁ ବାରଣ କରିଛନ୍ତି। ପୂର୍ତ୍ତ ବିଭାଗର ଇଆଇସି ସମସ୍ତ ଜୋନ୍‌ର ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀମାନଙ୍କୁ ପତ୍ର ଲେଖି କହିଛନ୍ତି ଯେ, ଗ୍ରୀଷ୍ମ ପ୍ରବାହ ପାଇଁ ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ ଖରାରେ କାର୍ଯ୍ୟ ନ କରାଇବାକୁ ନିର୍ଦେଶ ରହିଛି।କିନ୍ତୁ କିଛି ସ୍ଥାନରେ ଏହି ସମୟରେ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ କରାଯାଉଥିବା ଗଣମାଧ୍ୟମ ସୂତ୍ରରୁ ସରକାରଙ୍କ ଦୃଷ୍ଟିକୁ ଆସିଛି।

ଏଣୁ ଠିକା ସଂସ୍ଥାମାନେ ପ୍ରତିବନ୍ଧିତ ସମୟରେ କାର୍ଯ୍ୟ ବନ୍ଦ କରିବା ସହ ଶ୍ରମିକମାନଙ୍କ ପାଇଁ ଛାୟାର ବ୍ୟବସ୍ଥା (ରେଷ୍ଟ ଶେଡ୍‌) ସହ ପାନୀୟ ଜଳ ଓ ଫାଷ୍ଟ ଏଡ୍‌ ଉପଲବ୍ଧ କରିବାକୁୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ କ୍ଷେତ୍ର କର୍ମଚାରୀମାନେ ଏଥିପ୍ରତି ସଜାଗ ରହିବା ସହିତ କୌଣସି ଅପ୍ରୀତିକାର ପରିସ୍ଥିତି ଉପୁଜିବା ପୂର୍ବରୁ ସଚେତନତା ସୃଷ୍ଟି କରିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

Leave a Reply

Your email address will not be published. Required fields are marked *