ଆହୁରି କଲବଲ କରିବ ଥଣ୍ଡା। ୩ରୁ ୪ ଦିନ ରାଜ୍ୟରେ ଶୀତ ବଢ଼ିବ। ତାପମାତ୍ରା ୧ରୁ ଦେଢ଼ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୩ରୁ ୪ ଦିନ ପରେ ତାପମାତ୍ରା ସାମାନ୍ୟ ବଢ଼ିବା ଆଶା କରାଯାଉଛି। ଅନ୍ୟପକ୍ଷେ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମହାନ୍ତି ପ୍ରକାଶ କରିଛନ୍ତି।






