ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ । ଅନୁଗୋଳ,ତା.୦୨.୦୩:- ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅତରଙ୍କ ଅଧ୍ୟକ୍ଷତାରେ ତାଳଚେର ପଞ୍ଚାୟତ ସମିତି ସଭାଗୃହ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ । ଜନଶୁଣାଣି ଶିବିରରେ ସମୁଦାୟ ୪୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ୩୦ଟି ବ୍ୟକ୍ତିଗତ ଓ ୧୨ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୨ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଊଦୟ କୁମାର ମହାପାତ୍ର, ଆଇଏ ଏସ୍...






