
ବ୍ରହ୍ମପୁର : ଭାରତୀୟ ଜନତା ପାର୍ଟି ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପକ୍ଷରୁ “ବୁଥ୍ ଚାଲ ଅଭିଯାନ କର୍ମଶାଳା” ବ୍ରହ୍ମପୁର ବିଧାନସଭା ନେତା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁ ଚରଣ ପତିଙ୍କ ସଭାପତିତ୍ବରେ ଉତ୍କଳ ଆଶ୍ରମ ରୋଡ଼ ସ୍ଥିତ ଗଞ୍ଜାମ କଳା ପରିଷଦ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଜିଲ୍ଲାର ବରିଷ୍ଠ ନେତା ତଥା ପୂର୍ବତନ ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନା ଯୋଗ ଦେଇ ଏହି କର୍ମଶାଳାକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥଲେ । ଅନ୍ୟ ମାନଙ୍କ ମଧ୍ୟରେ ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ସଂଯୋଜକ ପ୍ରଭାତ କିରଣ ଷଡ଼ଙ୍ଗୀ,ବ୍ରହ୍ମପୁର ବିଧାନସଭା...















