ରାଉରକେଲା: ଏବେ ସାବାଡ ହେବେ ବାଲି ମାଫିଆ । ସରକାରୀ ସଂପତ୍ତି ଲୁଟ୍ କରି ମାଫିଆମାନେ ବ୍ୟକ୍ତିଗତ ଭାବେ ଲାଭବାନ ହେଉଛନ୍ତି । ଏମାନଙ୍କ ଉପରେ ସରକାର ନଜର ରଖିଛନ୍ତି । ବାଲି ଚୋରଙ୍କୁ ଏଣିକି ଛଡା ଯିବ ନାହିଁ । ବାଲି ଚୋରି ରୋକିବାକୁ ଅଣାଯିବ ନୂତନ ଆଇନ ବୋଲି ଗୁରୁବାର କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଆଜି ରାଉରକେଲା ହକି ଭିଲେଜରେ ଆୟୋଜିତ ବୁଦ୍ଧିଜୀବି ସମ୍ମିଳନୀରେ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଗଣମାଧ୍ୟମକୁ ସୂଚନା ଦେଇ ରାଜସ୍ବ ମନ୍ତ୍ରୀ କହିଛନ୍ତି ଯେ, ପୂର୍ବରୁ ବାଲି ଖାଦାନ ରାଜସ୍ବ ବିଭାଗ ଅଧୀନରେ ଆସୁଥିଲା । ପୂର୍ବ...





