
ଅଭିବାଦନ ଗ୍ରହଣ କଲେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଭୁବନେଶ୍ୱର , ୨୬ / ୦୧ / ୨୦୨୩ : ରାଜଧାନୀ ଭୁବନେଶ୍ଵରର ମହାତ୍ମାଗାନ୍ଧୀ ମାର୍ଗରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଏହି ସମାରୋହରେ ଉପସ୍ଥିତ ଥିଲେ । ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ ସକାଳ ୮.୨୮ ରେ ମହାତ୍ମା ଗାନ୍ଧୀ ମାର୍ଗରେ ପହଞ୍ଚିବା ପରେ ମୁଖ୍ୟ...















