
ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଶରେ ନିଯୁକ୍ତି ଆଶାୟୀ ପ୍ରତିଭାବାନ ଯୁବକ ଯୁବତୀମାନଙ୍କୁ ସରକାରୀ ଚାକିରି ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଭାରତ ସରକାର ବିଭିନ୍ନ ସ୍ଥାନରେ ରୋଜଗାର ମେଳା ଆୟୋଜନ କରୁଛନ୍ତି । ଆସନ୍ତାକାଲି, ୨୦ ଜାନୁଆରୀ ୨୦୨୩ରେ ଓଡ଼ିଶାରେ ଚଳିତ ବର୍ଷର ପ୍ରଥମ ରୋଜଗାର ମେଳା ଅନୁଷ୍ଠିତ ହେବ । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ରୋଜଗାର ମେଳାରେ ଯୋଗ୍ୟ ମନୋନୀତ ପ୍ରାର୍ଥୀମାନଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବାଣ୍ଟିବେ। ଏମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ...










