ପ୍ରାକୃତିକ ବିପର୍ଯ୍ୟୟ ମୁକବିଲା ପାଇଁ ଜିଲ୍ଲାସ୍ତରୀୟ ବୈଠକ ଅନୁଗୋଳ, ୦୬.୦୫ : ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କମିଟି ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀ ଅବ୍ଦାଲ୍ ମୁହମ୍ମଦ୍ ଅଖ୍ତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାନ୍ୟବର ପାଲଲହଡା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀ ଅଶୋକ ମହାନ୍ତି, ମାନ୍ୟବର ଛେଣ୍ଡିପଦା ବିଧାୟକ ଶ୍ରୀ ଅଗସ୍ତି ବେହେରା, ମାନ୍ୟବର ଆଠମଲ୍ଲିକ ବିଧାୟକ ଶ୍ରୀ ନଳିନୀକାନ୍ତ ପ୍ରଧାନ,ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି...






