ଦ୍ୱିତୀୟ ବାର୍ଷିକ “ରଜ ମଉଜ” ଉତ୍ସବ ଉଦଯାପିତ : ଶତାଧିକ ପ୍ରତିଯୋଗୀ ବିଭିନ୍ନ ପ୍ରତିଯୋଗିତା ରେ ସାମିଲ ବାଲିଗୁଡା, ତା, ୧୬/୦୬: (ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ତିନି ଦିନିଆ ରଜ ଉତ୍ସବ ଆନନ୍ଦ ଉଲ୍ଲାସ ର ସହ ପାଳିତ ହୋଇ ମଙ୍ଗଳବାର ରାତ୍ର ରେ ଉଦଯାପିତ ହୋଇଯାଇଛି l ଏହି ଅବସରରେ ତିନିଦିନ ଧରି ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ଦୋଳି ଖେଳ, ରଜଗୀତ, ପୋଡ଼ପିଠା ଓ ବିଭିନ୍ନ ପାରମ୍ପରିକ ଖାଦ୍ୟର ଆସର ଜମିଥିଲା। ଯୁବତୀ ମାନେ ନୂତନ ପୋଷାକ ପିନ୍ଧି ରଜ ପାଳନ କରୁଥିବା ବେଳେ ଶିଶୁ ଓ...






