ଭୂବନେଶ୍ୱର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ଡିପିଆର୍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ୧୯୮୦ ମସିହାରେ ସ୍ଥାପିତ ହୋଇଥିବା ଏହି ଷ୍ଟୁଡ଼ିଓ ଏକଦା ଚଳଚ୍ଚିତ୍ର ନିର୍ମାଣ ପାଇଁ ଉନ୍ନତ ଯନ୍ତ୍ରପାତି ସହିତ ପୂର୍ବ ଭାରତର ଏକମାତ୍ର ଷ୍ଟୁଡ଼ିଓ ଭାବେ ଖ୍ୟାତି ଅର୍ଜନ କରିଥିଲା। ସମୟକ୍ରମେ ଆଧୁନିକ ଯନ୍ତ୍ରପାତି ଓ ବୈଷୟିକ ଉପକରଣ ଅଭାବରୁ ଷ୍ଟୁଡ଼ିଓଟିର ଚାହିଦା ହ୍ରାସ ପାଇଥିଲା। ଏହାର ଉନ୍ନତିକରଣ କାର୍ଯ୍ୟ ଜାରି ରହିଛି।ନୂଆ ସରକାର...






