ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ଅବପାତର ରୂପ ନେବା ପରେ ଏହା ବାଲେଶ୍ୱର ନିକଟରେ ଉତ୍ତର ଓଡ଼ିଶା ଉପକୂଳ ଅତିକ୍ରମ କରିଛି। ବର୍ତ୍ତମାନ ଅବପାତଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଥିବାବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଉପକୂଳ ଅତିକ୍ରମ ପୂର୍ବରୁ ଅବପାତଟି ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରୁ ପ୍ରାୟ ୫୦ କିଲୋମିଟର ଏବଂ ଚାନ୍ଦବାଲିର ଉତ୍ତରପୂର୍ବ ଦିଗରୁ ପ୍ରାୟ ୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଥିଲା। ପରେ ଏହା ବାଲେଶ୍ୱର ନିକଟ...






