ଭୁବନେଶ୍ବର : ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଆଗାମୀ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ବୈଠକରେ ପୂର୍ବ ବୈଠକଗୁଡ଼ିକରେ ନିଆଯାଇଥିବା ନିଷ୍ପତ୍ତିର କେତେଦୂର କାର୍ଯ୍ୟକାରୀ ହୋଇଛି ସେ ସମ୍ପର୍କରେ ସମୀକ୍ଷା କରାଯିବା ସହ ଆଗାମୀ ପ୍ରସ୍ତୁତି ଓ କାର୍ଯ୍ୟ ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯାଇଥିଲା। ବୈଠକରେ ରଥଯାତ୍ରାର ଯଥେଷ୍ଟ ପୂର୍ବରୁ ସମସ୍ତ ପ୍ରକାର ପ୍ରସ୍ତୁତି ସାରିବାକୁ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭିନ୍ନ ବିଭାଗ ଓ ସଂସ୍ଥାମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।ରଥଯାତ୍ରା ସମୟରେ ଭିଡ଼ ନିୟନ୍ତ୍ରଣକୁ...




