ଇଂରାଜୀ ନବ ବର୍ଷ ୨୦୨୬ ଉପଲକ୍ଷେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଲକ୍ଷାଧିକ ଭକ୍ତଙ୍କ ପୁରୀକୁ ଆସିବାର ସମ୍ଭାବନା ଥିବାରୁ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ଭୁବନେଶ୍ବର: ଇଂରାଜୀ ନବ ବର୍ଷ ୨୦୨୬ ଉପଲକ୍ଷେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଲକ୍ଷାଧିକ ଭକ୍ତଙ୍କ ପୁରୀକୁ ଆସିବାର ସମ୍ଭାବନା ରହିଛି । ଭକ୍ତଙ୍କ ସୁରକ୍ଷା, ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ, ମନ୍ଦିର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥାର ସୁସମନ୍ୱୟ ଓ ସୁପରିଚାଳନା ଉପରେ ଆଜି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପୁରୀକୁ ଲକ୍ଷାଧିକ...






