ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ : କର୍ଣ୍ଣିବେଡ଼ା କୁ ହରାଇ ମନମୁଣ୍ଡା ଚମ୍ପିଆନ ବାଲିଗୁଡା, ତା, ୩୦/୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଳକ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ ମନମୁଣ୍ଡା ଦଳ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ମନମୁଣ୍ଡା ଦଳ କର୍ଣ୍ଣିବେଡ଼ାକୁ ୧୧୪ ରନରେ ପରାସ୍ତ କରି ଚଳିତବର୍ଷର ଚମ୍ପିଆନ ଆଖ୍ୟା ଅର୍ଜନ କରିଛି। ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲା ବିଜେପି ସଭାପତି ପଣ୍ଡିତ କୁମାର ବିଶିମାଝୀ, ସମ୍ମାନୀତ ଅତିଥି ଭାବେ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଜିଲ୍ଲା...






