ଭିଜିଲାନ୍ସ ଜାଲରେ ଅନୁଗୁଳ ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା। ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମର ୮ ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଛି। ଅନୁଗୁଳର ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ସ୍ୱତନ୍ତ୍ର ବିଚାରପତି, ସୁନ୍ଦରଗଡ଼, ଭିଜିଲାନ୍ସଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଉଛି। ଏହି ଚଢାଉରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୪ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼,...






