ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଇଷ୍ଟ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ମନ୍ଦିର ପରିସରରେ ଉଠିଲା ମହାଦୀପ । ହୁଳହୁଳି, ହରିବୋଲରେ ପ୍ରକମ୍ପିତ ହେଉଛି ପୂରା ମନ୍ଦିର ପରିସର । ଏଥର ସଅଳ ଉଠିଛି ମହାଦୀପ, ଯାହା ଶିବଭକ୍ତ ତଥା ବ୍ରତଧାରୀଙ୍କୁ ନିରୋଳା ଆନନ୍ଦ ଦେଇଛି । ମହାଦୀପ ମନ୍ଦିର ଶିଖରକୁ ଉଠିବା ଆଗରୁ ଅନୁଷ୍ଠିତ ହୋଇଥିଲା ହରିହର ଭେଟ । ସ୍ୱତନ୍ତ୍ର ରୀତିନୀତି ସହ ଶ୍ରୀଲିଙ୍ଗରାଜଙ୍କ ସହ ଭେଟ ହୋଇଥିଲେ ଶ୍ରୀ ଅନନ୍ତ ବାସୁଦେବ। ଏହି ଦୁର୍ଲ୍ଲଭ ଦୃଶ୍ୟକୁ ଦର୍ଶନ କରିବାର ସୌଭାଗ୍ୟ ଅର୍ଜନ କରିଥିଲେ ସେଠାରେ ଦ୍ୱୀପ ପ୍ରଜ୍ୱଳନ କରୁଥିବା ହଜାର ହଜାର ଶ୍ରଦ୍ଧାଳୁ । ମନ୍ଦିରରେ ବାକି ଅଛି ଦୁଇ...






