ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ଯୁଗ୍ମ ଜନଶୁଣାଣୀ ଶିବିର ଭବାନୀପାଟଣା: – ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା 135 ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ 116 ଗୋଟି ଓ ସାମୂହିକ 19 ଗୋଟି ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ...






