ଭୁବନେଶ୍ୱର: ଗୃହରେ ନବୀନଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଦାନା ମାଝୀ ଘଟଣାରେ ଓଡିଶା ନିନ୍ଦିତ ହେଲା। ସେତେବେଳେ ନବୀନ ବାବୁ କ’ଣ କରୁଥିଲେ ବୋଲି ପ୍ରଶ୍ନ କରିଛନ୍ତି ପ୍ରଭାତୀ। ଆଜି କହୁଛନ୍ତି କୁମ୍ଭୀର କାନ୍ଦଣା, ବିଜୁ ବାବୁଙ୍କ ପ୍ରତି ଆମର ସମ୍ମାନ ରହିଛି। ନବୀନଙ୍କ ୨୫ ବର୍ଷ ଶାସନରେ ମହିଳାଙ୍କ ପ୍ରତି ଅନ୍ୟାୟ ହୋଇଛି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଥିଲେ ଯେ ମହିଳା ସଂରକ୍ଷଣ ବିଲ୍ ଆସିବା ପୂର୍ବରୁ ମୁଁ ସ୍ଵତନ୍ତ୍ର ଅଧିବେଶନ ପାଇଁ ଚିଠି ଲେଖିଥିଲି। ଆଲୋଚନା ପାଇଁ ସରକାରଙ୍କୁ ଅନୁରୋଧ କରିଥିଲି। ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମହିଳାଙ୍କ କଙ୍କାଳ ମାଟି ତଳୁ...






